Advertisment

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି ।

author-image
Chandan Shishu
ଅଦ୍ୟତନ ହୋଇଛି
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ

plus 2 Exam

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ। ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକା ପ୍ରକାଶିତ ହୋଇଛି। ରାତି ୮ଟା ପରେ ‌ଯେକୌଣସି ସମୟରେ www.orisssaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍ଧ ହେବ । ଛାତ୍ରଛାତ୍ରୀ ଏହି ୱେବସାଇଟରେ ରୋଲ ନମ୍ବର ଦେବା ପରେ ପରୀକ୍ଷା ଫଳ ଜାଣି ପାରିବେ । ଚଳିତ ବର୍ଷ ବିଜ୍ଞାନରେ ୯୫.୧୫ ପ୍ରତିଶତ ପିଲା ପାସ୍ କରିଛନ୍ତି। 

Advertisment

ସମୁଦାୟ ୯୪୫୩୨ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ବିଜ୍ଞାନରେ ସମୁଦାୟ ୮୯ ହଜାର ୯୫୧ ଜଣ ପାସ୍ କରିଛନ୍ତି। ସେଥିରୁ  ୫୫୪୬୮ ପିଲା ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି। ଦ୍ୱିତୀୟ ଶ୍ରେଣୀରେ ୧୬୯୪୩, ତୃତୀୟ ଶ୍ରେଣୀରେ ୧୪୬୩୧ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮%। ସେହିପରି ବାଣିଜ୍ୟରେ ୯୪.୯୬ ପ୍ରତିଶତ ପାସ୍ କରିଛନ୍ତି। ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫%। ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ପାସ୍ ୮ ହଜାର ୩୫୫। ବାଣିଜ୍ୟରେ ଦ୍ୱିତୀୟ ଶ୍ରେଣୀରେ ପାସ୍ ୫ ହଜାର ୬୯୨। ବାଣିଜ୍ୟରେ ତୃତୀୟ ଶ୍ରେଣୀରେ ପାସ୍ ୯୦୬୬ ଜଣ।

ଜୁଲାଇ ୩୧ ସୁଦ୍ଧା +୨ ରେଜଲ୍ଟ ପ୍ରକାଶ ପାଇଁ ପୂର୍ବରୁ ସବୁ ରାଜ୍ୟ ସରକାରଙ୍କୁ କହିଥିଲେ ସୁପ୍ରିମକୋର୍ଟ । ଚଳିତ ବର୍ଷ କରୋନା କଟକଣା ପାଇଁ ଯୁକ୍ତଦୁଇ ପରୀକ୍ଷା ଅନୁଷ୍ଠିତ ହୋଇନଥିବା ବେଳେ ଛାତ୍ରଛାତ୍ରୀଙ୍କ ପାଇଁ ବିକଳ୍ପ ମୂଲ୍ୟାୟନ ପଦ୍ଧତି ଅବଲମ୍ବନ କରାଯାଇଛି । ତେଣୁ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଏ ବର୍ଷ ରାଜ୍ୟର ସାଢେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଅନ୍ୟପଟେ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବିଳମ୍ବ ହେବା ନେଇ ସୁପ୍ରିମକୋର୍ଟରେ ସ୍ୱତନ୍ତ୍ର ପିଟିସନ ଦାୟର କରାଯାଇଥିବା ପୂର୍ବରୁ ସରକାରଙ୍କ ପକ୍ଷରୁ ସୂଚନା ଦିଅଯାଇଥିଲା ।

Advertisment

କରୋନା ସମୟରେ ପାଠ୍ୟକ୍ରମ ସହ ଜଡ଼ିତ ଆବଶ୍ୟକ କାଗଜପତ୍ର ଯାଞ୍ଚ କରିବାକୁ ଅଧିକ ସମୟ ଲାଗୁଛି ।  ଉଭୟ କଳା ଓ ଧନ୍ଦାମୂଳକ ଶିକ୍ଷାର ପାଠ୍ୟକ୍ରମର ପରୀକ୍ଷା ଫଳ ଶୀଘ୍ର ପ୍ରକାଶ କରିବାକୁ ପରିଷଦ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଥିବା ନେଇ କହିଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

Odisha News Plus Two Result COVID-19 CHSE
Advertisment
Advertisment