/odishatv-khabar/media/post_attachments/uploadimage/library/16_9/16_9_0/Puri_1625991475.jpg)
Puri
ପୁରୀ: ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ ହେବେ ମହାବାହୁ। ଏଥିପାଇଁ ସିଂହଦ୍ୱାର ସାମ୍ନାରେ ଲାଗିଛି ୩ ରଥ। ଆଜି ଶ୍ରୀମନ୍ଦିରରୁ ଆଜ୍ଞାମାଳ ରଥଖଳାକୁ ବିଜେ ହେବା ପରେ ପ୍ରଥମେ ନନ୍ଦିଘୋଷ ରଥକୁ ସିଂହଦ୍ୱାର ସାମ୍ନାକୁ ଅଣାଯାଇଥିଲ। ତା’ ପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ସେବାୟତମାନେ ଟାଣି ଟାଣି ସିଂହଦ୍ୱାର ସାମ୍ନାକୁ ଆଣିଥିଲେ। ଏବେ ରଥ ପ୍ରସ୍ତୁତ, ପଥ ପ୍ରସ୍ତୁତ।
ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ବଡ଼ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ଯିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ଏଥିପାଇଁ ସବୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମହାମାରୀ କରୋନା ଯୋଗୁ ଗତବର୍ଷ ଭଳି ଏଥର ମଧ୍ୟ ବିନା ଭକ୍ତରେ ରଥଯାତ୍ରା ହେବ। କେହି ଯେପରି ବଡ଼ଦାଣ୍ଡକୁ ନଆସିବେ ସେଥିପାଇଁ ଆଜି ରାତି ୮ଟାରୁ ପୁରୀରେ କଟକଣା ଲାଗିବ। ତେବେ କୌଣସି ଜରୁରୀ ହେଲେ ଲୋକେ ଟୋଲ୍ ଫ୍ରି ନମ୍ବର ୧୮୦୦-୩୪୫୭୪୯୫ କୁ କଲ୍ କରି ଜିଲ୍ଲା ପ୍ରଶାସନର ସହାୟତା ନେଇପାରିବେ।
Also Read
ପରମ୍ପରା ଅନୁସାରେ, ରଥଯାତ୍ରା ଲାଗି ଜଗଦଗୁରୁ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଗୋବର୍ଦ୍ଧନ ପୀଠରେ ପହଞ୍ଚି ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରିଥିଲେ। ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଜଗଦଗୁରୁଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଶ୍ରୀମନ୍ଦିର ପ୍ରଶାସନର ନିମନ୍ତ୍ରଣ ରକ୍ଷା କରି ନିଜର ୬ ଜଣ ଅନୁଗାମୀଙ୍କ ସହ ଯିବାକୁ ସମ୍ମତି ପ୍ରଦାନ କରିଛନ୍ତି ଶଙ୍କରାଚାର୍ଯ୍ୟ। ତେବେ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ସମାପନ କରିବାକୁ ଜଗଦଗୁରୁ ପ୍ରଶାସନକୁ କହିଛନ୍ତି। ଏହାସହ କରୋନା କଟକଣା ଥିବାରୁ ଶ୍ରଦ୍ଧାଳୁମାନେ ଘରେ ରହି ରଥଯାତ୍ରା ଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)