• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଆଜି ୨୦୨୧ ମସିହା, ଅକ୍ଟୋବର ମାସ, ୨୩ ତାରିଖ, ଶନିବାର, ତୁଳା ୭ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ତୃତୀୟାତିଥି, କୃତ୍ତିକା ନକ୍ଷତ୍ର, ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ସାମ୍ବାଦିକ ମାନେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହୋଇପାରନ୍ତି । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ । କର୍ମ କ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହୋଇପାରେ ।

ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

 

ବୃଷ:- କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହୋଇପାରିବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହୋଇପାରିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେ‌ଇପାରେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ମିଥୁନ:- ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହୋଇପାରେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହୋଇପାରନ୍ତି । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ ଆତ୍ମ ବିଶ୍ୱାସ ଦ୍ୱାରା ଆଗକୁ ବି ପାଇପାରନ୍ତି ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

କର୍କଟ:-ସମସ୍ତ ଜରୁରୀ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରିପାରନ୍ତି । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହୋଇପାରିବେ । ଜାଗାଜମି,ଗୃହ ବାହନଜନିତ ସମସ୍ୟାର ସମାଧାନ କରିପାରନ୍ତି ।

ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ

 

ସିଂହ:-କର୍ମ କ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବା ଫଳରେ ମାନସିକ ସ୍ଥିରତା ଦେଖାଦେଇପାରେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ପରିଶ୍ରମ କରି ଅଧିକ ଲାଭ ପାଇପାରିବେ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯାଇପାରେ ।

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

 

କନ୍ୟା:- ବ୍ୟବସାୟ କ୍ଷେତ୍ରରେ ପରୋକ୍ଷ ଶତ୍ରୃଙ୍କୁ ପ୍ରତିହତ କରି ଆଶାତୀତ ଉନ୍ନତି ହୋଇପାରନ୍ତି । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । ନ୍ୟାୟ ମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇପାରନ୍ତି ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

ତୁଳା:- ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହୋଇପାରିବ । କୌଣସି ପ୍ରିୟ ମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହୋଇପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରିବ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

 

ବିଚ୍ଛା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ଦେଇଥିବା କଥାକୁ କାର୍ଯ୍ୟରେ ପୂରଣ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେଇପାରେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିପାରନ୍ତି ।

ପ୍ରତିକାର:-କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

 

ଧନୁ:-ସାମାଜିକ କାର୍ଯ୍ୟରେ ସଫଳତା ପାଇବା ସହ ଶରୀର ସୁସ୍ଥ ରହିପାରିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇପାରିବେ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରିପାରନ୍ତି ।

ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ

ମକର:-ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିପାରନ୍ତି । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହୋଇପାରନ୍ତି । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୃଟି ଜାଣି ପାରିବେ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

 

କୁମ୍ଭ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବା ସହ ନୂତନ ଦିଗ ଦର୍ଶନ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିପାରନ୍ତି । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି । ଭାଇବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

 

ମୀନ:-ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ସୁଖ ସମୃଦ୍ଧି ବୃଦ୍ଧି ହୋଇପାରେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇପାରେ । ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହୋଇପାରନ୍ତି ।

ପ୍ରତିକାର-ମା ଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ