• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୧ ମସିହା, ଅକ୍ଟୋବର ମାସ ୨୪ ତାରିଖ, ରବିବାର, ତୁଳା ୮ ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ରୋହିଣୀ ନକ୍ଷତ୍ର। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ମେଷ: ସାମାଜିକ ପତିଆରା ଅମଳିନ ରହିବ ଓ ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ। କିନ୍ତୁ ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡ଼ିବେ। 
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- କାର୍ଯ୍ୟରେ ସଫଳତା ମିଳିପାରେ। ବ୍ୟବସାୟ ପାଇଁ କରିଥିବା ଯୋଗାଯୋଗ କ୍ଷେତ୍ରରୁ ଶୁଭ ସମ୍ବାଦ ପାଇବେ। ନିଜର ଇଚ୍ଛା ପୂରଣ ପାଇଁ କୌଣସି କାର୍ଯ୍ୟ କରି ପ୍ରଶଂସା ପାଇବେ। 
ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ 

ମିଥୁନ:- ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ଗୃହସ୍ଥ ଜୀବନ ସୁଖମୟ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କର୍କଟ:- ସାମାଜିକ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କଳା ସଙ୍ଗୀତ କ୍ଷେତ୍ରରେ କୃତକାର୍ଯ୍ୟ ହୋଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ ଆଳସ୍ୟ ଭାବ ଦୂରେଇ ଯିବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିପାରେ।
ପ୍ରତିକାର- ମସ୍ତକରେ ଶ୍ୱେତ ଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ

ସିଂହ:- ଶରୀର ସୁସ୍ଥ ରହିବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମାନସିକ ଶାନ୍ତି ମିଳିପାରେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।
ପ୍ରତିକାର- ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ

କନ୍ୟା:- ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବା ସହ ଶିକ୍ଷା କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ପାଇପାରେ।
ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ 

ତୁଳା:- ସମାଜ ସେବାରେ ସୁନାମ ଅର୍ଜନ କରିପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବାକୁ ପଡିପାରେ।
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା:-ସାଙ୍ଗସାଥିମାନେ ସାହାଯ୍ୟ କରିବେ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇପାରନ୍ତି। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ ଓ ଅନୁସନ୍ଧାନ କାର୍ଯ୍ୟରେ ବିଶେଷ ଲାଭ ପାଇପାରନ୍ତି। 
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ଧନୁ:- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ଓ ସାମାଜିକ ପତିଆରା ଅମଳିନ ରହିବ। ବଡ଼ ଧରଣର ପ୍ରୋଜେକ୍ଟରେ ଟଙ୍କା ନିବେଶ କରିବା ପାଇଁ ଚୁକ୍ତିପତ୍ର ହୋଇପାରେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସବୁ କାର୍ଯ୍ୟରେ ସାହାଯ୍ୟ ସହଯୋଗ କରିବେ।
ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ

ମକର:- ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ଅଧା ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ନିଜର ଜୀବନଶୈଳୀକୁ ପରିବର୍ତ୍ତନ କରିପାରନ୍ତି। ଛାତ୍ରଛାତ୍ରୀମାନେ ନିଜ କ୍ୟାରିୟରର ଉନ୍ନତି ପାଇଁ ଚେଷ୍ଟିତ ରହିବେ। 
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢାଳନ୍ତୁ 

କୁମ୍ଭ:- ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରେ। ପରିବାର ସଦସ୍ୟଙ୍କ ସହିତ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। 
ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ 

ମୀନ:- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସନ୍ତାନ ମାନଙ୍କ ଉନ୍ନତିରେ ଆନନ୍ଦିତ ହେବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ