• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୧ ମସିହା, ନଭେମ୍ବର ମାସ ୨୮ତାରିଖ, ରବିବାର, ବିଛା ୧୩ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ, ନବମୀତିଥି। ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

ମେଷ:- ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼ାଇବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ବୃଷ:- ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ସ୍ଥିରତା ଦେଖାଯିବ। ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ପାରିବାରିକ ମାମଲା ବହୁତ ଆନନ୍ଦ ଦାୟକ ରହିବ। 
ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

ମିଥୁନ:- ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାର ଦୃଢ଼ତା ଆସିବ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଯାନବାହାନ, ଜାଗା, ଜମି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କର୍କଟ:- ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଛାତ୍ରଛାତ୍ରୀଙ୍କର ପରିଶ୍ରମର ଫଳ ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। 
ପ୍ରତିକାର:- ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ସିଂହ:- ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପରିବାର ସଦସ୍ୟଙ୍କର ଆଦରଣୀୟ ହୋଇ ସୁଖ ଭୋଗ କରିବେ। ବ୍ୟବସାୟୀ ମାନଙ୍କର ଅଟକି ଯାଇଥିବା ଧନ ସହଜରେ ହସ୍ତଗତ ହେବ। 
ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ

କନ୍ୟା:- ସମସ୍ତ ଫଇସଲା ଓ ର୍ନିଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଆଗାମୀ ଯୋଜନା ପାଇଁ ପ୍ରସ୍ତୁତ ହେବେ। 
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ନୂତନ କାର୍ଯ୍ୟ କିଛି କରିବାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବା ସହ ସନ୍ତାନଙ୍କର ଭଲ ଖବର ଶୁଣି ଖୁସି ହେବେ। 
ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

ବିଛା:- ସମସ୍ତ କ୍ଷେତ୍ରରେ ଖୁସି ମିଳିବା ସହ ବକେୟା ଅର୍ଥ କିଛି ପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ବିଜୟ ହେବ। 
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଧନୁ:- ଶତ୍ରୁମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ। 
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ମକର:- ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ।  ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

କୁମ୍ଭ:- ସମସ୍ତ କ୍ଷେତ୍ରରେ ସଫଳତା ମିଳିବା ସହ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସମୟ ର୍ନିଦ୍ଧାରିତ କରିବେ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। 
ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ

ମୀନ:- ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢ଼ି ପାରିବେ। ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ୱାରା ଶୁଭ ସମାଚାର ଶୁଣିପାରନ୍ତି। ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। 
ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ