Advertisment

Daily Horoscope, 29 NOV 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୯ତାରିଖ, ସୋମବାର, ବିଛା୧୪ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ,ଦଶମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର,କଳମଶାଗ ନ ଖାଇଲେ ଭଲ । ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

author-image
Otv Khabar Bureau
ଅଦ୍ୟତନ ହୋଇଛି
Daily Horoscope, 29 NOV 2021

Daily Horoscope, 29 NOV 2021

ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୯ତାରିଖ, ସୋମବାର, ବିଛା୧୪ ଦିନ, ମାର୍ଗଶୀରମାସ, କୃଷ୍ଣପକ୍ଷ,ଦଶମୀତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର, ମିଥୁନ ରାଶିର ଘାତବାର,ବୃଷ ରାଶିର ଘାତଚନ୍ଦ୍ର,କଳମଶାଗ ନ ଖାଇଲେ ଭଲ । ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...

Advertisment
  • ମେଷ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ କର୍ମ କ୍ଷେତ୍ରରେ ରାଜକୀୟ ସମ୍ମାନ ପାଇପାରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିପାରିବ ।

 ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

  • ବୃଷ:-ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିପାରନ୍ତି । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିପାରିବ । ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହୋଇପାରେ ।
Advertisment

ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

  • ମିଥୁନ:-ଉଚ୍ଚାଧିକାରୀ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇ ଦେଇପାରେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରନ୍ତୁ ।

ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

  • କର୍କଟ:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହୋଇପାରେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କରେ ଦୃଢତା ଆସିପାରେ ।

ପ୍ରତିକାର-ଆମିଷ ସେବନ କରନ୍ତୁ ନାହିଁ

  • ସିଂହ:-ଶୁଭ ସମାଚାର ପାଇବା ସହ ନୂଆ ଜ୍ଞାନର ବୃଦ୍ଧି ହୋଇପାରେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟମାନେ ଅଧିକ ଲାଭବାନ ହୋଇପାରିବେ ।

ପ୍ରତିକାର-ଅସହାୟଙ୍କୁ ସାହାଯ୍ୟ କରନ୍ତୁ

  • କନ୍ୟା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେଇପାରେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିପାରନ୍ତି । କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିପାରିବେ ।

ପ୍ରତିକାର-ମାଦକ ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ

  • ତୁଳା:- ଶତ୍ରୁମାନେ ସାମ୍ନାକୁ ଆସିବାକୁ ସାହସ କରିପାରିବେ ନାହିଁ ।କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିପାରନ୍ତି । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିପାରେ ।

ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ

  • ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହୋଇପାରନ୍ତି । ଜମିବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହୋଇପାରେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିବାର ସମ୍ଭାବନା ରହିଛି ।

ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

  • ଧନୁ:-ଶତ୍ରୁ ନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇପାରନ୍ତି । ଧନର ଆଗମନ ହୋଇ ଗୃହ ବାହନ ପ୍ରାପ୍ତି ହୋଇ ପାରେ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହୋଇପାରନ୍ତି ।

ପ୍ରତିକାର-ମହୁ ଟିକେ ଖାଇ ଘରୁ ବାହାରନ୍ତୁ

  • ମକର:-ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିପାରିବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିପାରେ । ରୋଜଗାର ସମସ୍ୟା ସୁଧୁରି ଯାଇ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିପାରିବ ।

ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

  • କୁମ୍ଭ:- ଶିକ୍ଷା କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଶୁଭ ସୂଚନା ପାଇପାରିବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହୋଇପାରନ୍ତି । ବ୍ୟବସାୟୀମାନେ ଅନେକ ସମସ୍ୟାର ସମାଧାନ କରି ଲାଭବାନ ହୋଇପାରନ୍ତି ।

ପ୍ରତିକାର:- କାଉ ଓ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

  • ମୀନ:-ସାମାଜିକ ପତିଆରା ଅମଳିନ ରହିବା ସହ ସ୍ୱାସ୍ଥ୍ୟରେ ଉନ୍ନତି ହୋଇପାରେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହୋଇପାରନ୍ତି ।

ପ୍ରତିକାର- ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

Daily Horoscope
Advertisment
Advertisment