• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

୨୦୨୧ ମସିହା, ସେପ୍ଟେମ୍ବର ମାସ ୩୦ ତାରିଖ, ଗୁରୁବାର, କନ୍ୟା ୧୪ ଦିନ, ଆଶ୍ୱିନମାସ, କୃଷ୍ଣପକ୍ଷ, ନବମୀତିଥି, ପୁନର୍ବସୁ ନକ୍ଷତ୍ର। ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ...

ମେଷ:- ଶାରୀରିକ ଅସୁସ୍ଥତା ଦୂରହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହୋଇପାରେ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଯାନବାହାନ ବ୍ୟବସାୟ ଆଶା ମୁତାବକ ଲାଭ ହୋଇପାରେ।
ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ବୃଷ:- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ। ବ୍ୟବସାୟରେ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ।

ପ୍ରତିକାର- ଶ୍ୱେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ 

ମିଥୁନ:- ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ। ପାରିବାରିକ କ୍ଷେତ୍ରରେ ବାଦବିବାଦ ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଲାଭ କରିବେ।
ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ

କର୍କଟ:- ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇପାରନ୍ତି। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭ କରିପାରନ୍ତି। ଭାଇ ଭଉଣୀଙ୍କ ସହ ମନୋମାଳିନ୍ୟ ଦୂର ହୋଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। 
ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ

ସିଂହ:- ସ୍ୱାସ୍ଥ୍ୟ ଭଲ ରହିବା ଫଳରେ ମାନସିକ ଶାନ୍ତି ପାଇବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିପାରେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି ଓ ଋଣଭାର ଲାଘବ ହେବ।
ପ୍ରତିକାର- ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ 

କନ୍ୟା:- ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟି ଯିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।
ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ତୁଳା:- ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ ଓ ଜନସେବାରେ ନିଜକୁ ନିୟୋଜିତ କରିବେ। କୁଟୁମ୍ବରେ ଗୁରୁପୂର୍ଣ୍ଣ କାଯର୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇପାରନ୍ତି। ଏକୁଟିଆ ବାହନରେ କୌଣସି ସ୍ଥାନକୁ ଯାତ୍ରା କଲେ ସତର୍କତା ଅବଲମ୍ବନ କରିବା ଉଚିତ୍।
ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ

ବିଛା:- ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବୃଦ୍ଧି କରିବ। ଛାତ୍ରଛାତ୍ରୀଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ।
ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଧନୁ:- ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଚାନକ ଧନ ପ୍ରାପ୍ତି ହୋଇପାରେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାଇବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତ।
ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ

ମକର:- ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଯାନବାହାନ ଆଦି କ୍ରୟ କରି ପାରନ୍ତି। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ଦୈନନ୍ଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। 
ପ୍ରତିକାର- ତୁଳସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ

କୁମ୍ଭ:- ସନ୍ତାନଙ୍କ ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରୁହନ୍ତୁ।
ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମୀନ:- ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟ କ୍ଷେତ୍ରରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।
ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ