Chilika MLA Prashant Jagdev
ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଖୋର୍ଦ୍ଧା ଏସ୍ସି/ଏସ୍ଟି ସ୍ୱତନ୍ତ୍ର କୋର୍ଟରେ ହାଜର ହୋଇଛନ୍ତି। ସେ ଜାମିନ ପାଇଁ ଆବେଦନ କରିବେ। ବିଧାୟକଙ୍କ ବିରୋଧରେ ବିଜେପି ମଣ୍ଡଳ ସଭାପତିଙ୍କୁ ଆକ୍ରମଣ ନେଇ ଅଭିଯୋଗ ହୋଇଛି। ଗତ ସେପ୍ଟେମ୍ବର ୮ରେ ବିଜେପି ବାଲୁଗାଁ ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ ନେଇ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଅଭିଯୋଗ ହୋଇଥିଲା।
ଘଟଣାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ ହେବା ସହ ତଳ କୋର୍ଟରେ ହାଜର ହେବାପାଇଁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆଜି ଖୋର୍ଦ୍ଧା ଏସ୍ସି/ଏସ୍ଟି ସ୍ୱତନ୍ତ୍ର କୋର୍ଟରେ ଜାମିନ ପାଇଁ ଆବେଦନ କରିବେ।
ବାହୁବଳି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ମାରଧର, ଗାଳି ଫଜିଲ କି ଧମକାଇବା ଭଳି ଅଭିଯୋଗ ନୂଆ ନୁହେଁ। ପୂର୍ବରୁ ପୁରୀର ତତ୍କାଳୀନ ଏସ୍ପିଙ୍କୁ ଠେଲାପେଲା, ବେଗୁନିଆର ତତ୍କାଳୀନ ମହିଳା ବିଡିଓଙ୍କୁ ମାଡ଼ ମାରିବା, ଭୁବନେଶ୍ୱର ବାସଭବନ ନିକଟରେ ଜଣେ ହୋଟେଲ ମାଲିକଙ୍କୁ ଧମକାଇବା ଓ ବୌଦ୍ଧ ମନମୁଣ୍ଡାରେ କଳା ପତାକା ଦେଖାଉଥିବା ବିଜେପି କର୍ମୀଙ୍କୁ ଗୋଡ଼େଇ ଗୋଡ଼େଇ ଗୋଇଠା ମାରିବା ଭଳି ଭଳି ସଙ୍ଗୀନ ଅଭିଯୋଗ ଆସିଥିଲା। ହେଲେ ଏ ସବୁ ଘଟଣାରେ ମାଫ୍ ପାଇଯାଉଥିବା ଜଗଦେବଙ୍କୁ କିନ୍ତୁ ଏହି ଘଟଣା ମହଙ୍ଗା ପଡ଼ିଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)