/odishatv-khabar/media/post_attachments/uploadimage/library/16_9/16_9_0/money_1626933908.jpg)
Money
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି ହୋଇଛି। ବର୍ଦ୍ଧିତ ଭତ୍ତା ଅକ୍ଟୋବର ମାସ ଦରମାରେ ମିଳିବ।
ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି। ଏହାଦ୍ୱାରା ୪ ଲକ୍ଷ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନ୍ସନ୍ ଭୋଗୀ ଉପକୃତ ହେବେ।
ସୂଚନାଥାଉ କି, ଚଳିତ ବର୍ଷ ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଥିଲା । DA-କୁ ୧୭%ରୁ ବଢ଼ାଇ ୨୮%କୁ କରିଥିଲେ କେନ୍ଦ୍ର ସରକାର । ଏନେଇ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା।
ଅନ୍ୟପକ୍ଷେ, ସରକାରୀ କର୍ମଚାରୀମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟ(GIS)ରେ ରାଜ୍ୟ ସରକାର ସଂଶୋଧନ କରିଛନ୍ତି। କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣ ବୃଦ୍ଧି କରାଯାଇଛି। ପୂର୍ବରୁ ୪ ହଜାର ୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ’ ପାଉଥିବା କର୍ମଚାରୀଙ୍କୁ GIS ବାବଦରେ ୭ ହଜାର ୫୦୦ ଟଙ୍କା ଦିଆଯାଉଥିଲା। ଏବେ ଏହାକୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)