• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୫ ତମ ସ୍ୱାଧୀନତା ଦିବସ । କରୋନା କଟକଣା ମଧ୍ୟରେ ଗାଁଠୁ ସହର ନଗରଠୁ ମହାନଗର ସବୁଠି ସ୍ୱାଧୀନତା ଦିବସ ପାଳନର ଉତ୍ସାହ ଦେଖିବାକୁ ମିଳିଛି। ଦିଲ୍ଲୀରୁ ପଲ୍ଲୀ ସବୁଠି ଶୁଭୁଛି ଜାତୀୟ ସଙ୍ଗୀତ ଗାନ, ଫରଫର ହୋଇ ଉଡ଼ୁଛି ତ୍ରିରଙ୍ଗା। କରୋନା କହର କମିନଥିବାରୁ ସବୁଠି ନିରାଡ଼ମ୍ବର ଭାବେ ସ୍ୱାଧୀନତା ଦିବସ ପାଳନ ହେଉଛି। ଏସବୁ ଭିତରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ପତାକା ଉତ୍ତୋଳନ ପାଇଁ ଖୁଣ୍ଟ ପୋତିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ କନଷ୍ଟେବଲ ମଧ୍ୟ ଆହତ ହୋଇଛି। ଖୋର୍ଦ୍ଧା ଜିଲ୍ଲାରେ ଏହି ଦୁଃଖଦ ଘଟଣା ଘଟିଛି।

ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ସିକୋ ଫାଣ୍ଡିରେ ପତାକା ଉତ୍ତୋଳନ ପାଇଁ ଖୁଣ୍ଟ ପୋତିବା ବେଳେ ଏହି ଅଘଟଣ ଘଟିଛି। ଖୁଣ୍ଟ ପୋତିବା ବେଳେ ତାହା ଇଲେଭେନ୍ କେଭି ବିଦ୍ୟୁତ ତାରରେ ଲାଗି ଯାଇଥିଲା। ଏହାଦ୍ୱାରା ଜଣେ ହୋମଗାର୍ଡ ଓ ଜଣେ କନଷ୍ଟେବଲଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା। ଘଟଣାସ୍ଥଳରେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର କନଷ୍ଟେବଲଙ୍କୁ ଏମ୍ସ୍ ସ୍ଥାନାନ୍ତର କରାଯାଇଛି। 

Other Stories

  • ଜଗା ସହିତ ସୁଭଦ୍ରା
    Miscellaneous ଜଗା ପାଖକୁ ଆସିଲେ ସୁଭଦ୍ରା

    ଦୁଇ ଦୁଇଟି ଜଟିଳ ଅସ୍ତ୍ରୋପଚାର କରି ଯୋଡାମୁଣ୍ଡ ଶିଶୁ ଜଗା-ବଳିଆକୁ ଅଲଗା କରାଯାଇଥିଲା। ଦୀର୍ଘଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିବା ପରେ ଉଭୟଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଥିଲା।

  • Railway museum in Baripada
    Miscellaneous ବାରିପଦାରେ ନିିର୍ମାଣ ହେବ ରେଳ ମ୍ୟୁଜିୟମ

    ନୂଆ ରୂପ ନେବ ମୟୂରଭଞ୍ଜ ଜିଲ୍ଲାର ରେଳ ଐତିହ୍ୟ। ଭଙ୍ଗାଦଦରା ଭାବେ ଥିବା ମୟୂରଭଞ୍ଜ ରାଜତନ୍ତ୍ର ଅମଳର ରେଳ ଇଞ୍ଜିନ ଓ ଡବା ନୂଆ ରୂପ ନେବାକୁ ଯାଉଛି। ଦୀର୍ଘ ଏକ ଦଶନ୍ଧିରୁ ଅଧିକ ସମୟର ଏହି ରେଳ ଇଞ୍ଜିନ ଓ ରେଳ ଡବାର...

  • Fishery
    Miscellaneous ସମୁଦ୍ର ଭିତରେ ଅକାତକାତ ଜଳରେ ମାଛଚାଷ

    ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସଂପଦ ଯୋଜନାରେ ଏହି ପାଇଲଟ ପ୍ରୋଜେକ୍ଟ  ବାଲେଶ୍ୱରରେ ଆରମ୍ଭ ହୋଇଛି। ତେବେ ପ୍ରକଳ୍ପ ପାଇଁ ଚଳିତବର୍ଷ ପ୍ରାୟ ୨ କୋଟି ୫୬ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ଓଡିଶାର...

  • Drought
    Miscellaneous ଚିନ୍ତାରେ ପଡ଼ିଲେଣି ଚାଷୀ, ଏଥର ବି ମରୁଡ଼ି ଆଶଙ୍କା !

    ଚଳିତବର୍ଷ ଆବଶ୍ୟକ ପରିମାଣରୁ କମ ବର୍ଷା ହୋଇଥିବାରୁ ପ୍ରଭାବିତ ହୋଇଛି ଚାଷୀକୁଳ । ଜୁନ୍ ମାସରେ ସ୍ୱାଭାବିକ ବର୍ଷା ହୋଇଥିବାରୁ ଚାଷୀକୁଳ ଧାନ ଚାଷ ପାଇଁ ନିଜ କ୍ଷେତକୁ ପ୍ରସ୍ତୁତ କରି ଚାଷ କାମ ଆରମ୍ଭ କରିଥିଲେ...