/odishatv-khabar/media/post_attachments/uploadimage/library/16_9/16_9_0/IMAGE_1632404054.jpg)
Jalad tripathy
ଭୁବନେଶ୍ୱର: ଜଳଦ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ସୂଚନା କମିଶନର । ସୁନିଲ ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ପରେ ଖାଲିଥିଲା ପଦବୀ । ଏହି ପଦବୀ ପାଇଁ ଜଳଦ ତ୍ରିପାଠୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ତାମିଲନାଡୁର ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଥିଲେ ଜଳଦ ତ୍ରିପାଠୀ । ୨୦୨୧ ଜୁନ ୩୦ ତାରିଖରେ ସେ ପୁଲିସ ଡିଜି ପଦବୀରୁ ଅବସର ନେଇଥିଲେ । ଚେନ୍ନାଇ ପୁଲିସ କମିଶନର ଭାବେ ମଧ୍ୟ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ ।
Also Read
ତାମିଲନାଡୁର ପୂର୍ବତନ ପୁଲିସ ଡିଜି ଜଳଦ କୁମାର ତ୍ରିପାଠୀ, ରାଜ୍ୟର ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀ ଓ ଆଇପିଏସ୍ ଏମ.ଅକ୍ଷୟଙ୍କ ନାଁକୁ ସର୍ଟଲିଷ୍ଟ କରାଯାଇଥିଲା । ରାଜ୍ୟ ମୁଖ୍ୟ ସୂଚନା କମିଶନର ପଦବୀ ପାଇଁ ରାଜ୍ୟ ସରକାର ୩ ଜଣ ବରିଷ୍ଠ ଅଧିକାରୀଙ୍କ ନାଁକୁ ସର୍ଟଲିଷ୍ଟ କରିଥିଲେ । ସେମାନଙ୍କ ମଧ୍ୟରୁ ଜଳଦ କୁମାର ତ୍ରିପାଠୀଙ୍କୁ ଚୟନ କରାଯାଇଥିଲା । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଜଳଦ କୁମାର ତ୍ରିପାଠୀଙ୍କ ନାଁରେ ମୋହର ବାଜିଥିଲା । ପୂର୍ବରୁ ସେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ ଦୌଡ଼ରେ ରହିଥିଲେ ।
୨୦୦୮ ମସିହାରେ ସେ ପ୍ରଥମ ପୁଲିସ୍ ଭାବେ ପବ୍ଲିକ ଆଡମିନିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ‘ପ୍ରଧାନମନ୍ତ୍ରୀ ଆୱାର୍ଡ’ରେ ସମ୍ମାନିତ ହୋଇଥିଲେ । ତାମିଲନାଡୁ କ୍ୟାଡ଼ରର ଓଡ଼ିଆ ଆଇପିଏସ୍ ଶ୍ରୀ ତ୍ରିପାଠୀ ପୁଲିସ ଡିଜି ପଦବୀରୁ ଅବସର ନେଇଥିଲେ । ସେ ଚେନ୍ନାଇ ପୁଲିସ କମିଶନର ଭାବେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ । ଶ୍ରୀ ତ୍ରିପାଠୀଙ୍କ ଘର କଟକ ଜିଲ୍ଲାର ସାଲେପୁର ବ୍ଲକର ଭେଡ଼ା ଗାଁରେ ବୋଲି ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)