• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ବୁଣାକାରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଉପହାର ।

  • ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ସ୍ୱତନ୍ତ୍ର ପ୍ୟାକେଜ ।

ଭୁବନେଶ୍ୱର: ବୁଣାକାରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଉପହାର । ବୁଣାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କଲେ ସ୍ୱତନ୍ତ୍ର ପ୍ୟାକେଜ । ମହାମାରୀ କରୋନା ଯୋଗୁଁ ପ୍ରଭାବିତ ବୁଣାକାରଙ୍କୁ ଏଥିରେ ସହାୟତା ପ୍ରଦାନ କରାଯିବ । ପ୍ୟାକେଜରେ କଂକ୍ରିଟ୍ ହୋଇନଥିବା ୧୫ ହଜାର ଲୁମ୍ ପିଟ୍‌କୁ ଆଗାମୀ ୩ ବର୍ଷରେ ପର୍ଯ୍ୟାୟକ୍ରମେ କଂକ୍ରିଟ କରାଯିବ । ପ୍ରତି ଲୁମ୍‌ପିଟ୍‌ ପାଇଁ ୭ ହଜାର ଟଙ୍କା ଖର୍ଚ୍ଚ କରାଯିବ । ରାଜ୍ୟର ୩୧ ହଜାର ୩୪୨ଟି ଲୁମ୍ ପିଟ୍‌ ମଧ୍ୟରୁ ଏପର୍ଯ୍ୟନ୍ତ ୧୫ ହଜାର ୭୧ଟି ଲୁମ୍ ପିଟ୍‌କୁ କଂକ୍ରିଟ କରାଯାଇଛି । ସେହିପରି ୩ ହଜାର ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜ ଅଧୀନରେ ପ୍ରାଥମିକତା ଭିତ୍ତିରେ ହାଉସ୍ କମ୍ ୱାର୍କ ସେଡ୍ ଯୋଗାଇ ଦିଆଯିବ । ସେହିପରି ବୁଣାକାରଙ୍କୁ ୫୦ ହଜାର ଟଙ୍କା ଋଣ ବିନା ସୁଧରେ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, ଏପର୍ଯ୍ୟନ୍ତ ୧୧,୬୯୫ଟି ହାଉସ୍-କମ୍-ୱର୍କ ଶେଡ୍ ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି । ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା । ତେଣୁ ବୁଣାକାରମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡ଼ିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ ।

ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି । ପଞ୍ଚାୟତରାଜ ବିଭାଗର ଗାଇଡଲାଇନ୍ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ । ଏହି ପ୍ୟାକେଜରେ ବୁଣାକାର ମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ, ତା ଉପରେ ଗୁରୁତ୍ୱ ଦିଆଯାଇଛି ।