Advertisment

ପୁଣି ଏମାର ମଠରୁ ବାହାରିବ କି ରୂପା ଇଟା ?

ପୁଣି ଏମାର ମଠରେ ରୂପା ଇଟା ଖୋଜା ଆରମ୍ଭ ହୋଇଯାଇଛି। ମଠରେ ଆଉ ରୂପା ଇଟା ଅଛି ନା ନାହିଁ ସେନେଇ ଯାଞ୍ଚ ଚାଲିଛି। ପୂର୍ବରୁ ୫୨୨ ଓ ପରେ ୪୨ ଖଣ୍ଡ ରୂପା ଇଟା ଏମାର ମଠରୁ ଜବତ ହୋଇଥିଲା। ଆଜି ପୁନର୍ବାର ପ୍ରଶାସନ ପକ୍ଷରୁ ଏମାରମଠ ଯାଞ୍ଚ କରାଯାଇଛି।

author-image
Rajalaxmi Sahoo
 Search For Silver Bricks In Emar Matha

Search For Silver Bricks In Emar Matha

ପୁରୀ: ପୁଣି ଏମାର ମଠରେ ରୂପା ଇଟା ଖୋଜା ଆରମ୍ଭ ହୋଇଯାଇଛି। ମଠରେ ଆଉ ରୂପା ଇଟା ଅଛି ନା ନାହିଁ ସେନେଇ ଯାଞ୍ଚ ଚାଲିଛି। ପୂର୍ବରୁ ୫୨୨ ଓ ପରେ ୪୨ ଖଣ୍ଡ ରୂପା ଇଟା ଏମାର ମଠରୁ ଜବତ ହୋଇଥିଲା। ଆଜି ପୁନର୍ବାର ପ୍ରଶାସନ ପକ୍ଷରୁ ଏମାରମଠ ଯାଞ୍ଚ କରାଯାଇଛି।

Advertisment

ମେଟାଲ ଡିଟେକ୍ଟର ସାହାଯ୍ୟରେ ମଠର ବିଭିନ୍ନ ସ୍ଥାନକୁ ଯାଞ୍ଚ କରାଯାଇଛି। ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗର ସ୍ୱତନ୍ତ୍ର ଟିମ୍ ଯାଞ୍ଚ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଜିଲ୍ଲାପାଳ ସମର୍ଥ ବର୍ମା, ଉପଜିଲ୍ଲାପାଳ ଭବତାରଣ ସାହୁ, ତହସିଲଦାର, ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ଯାଞ୍ଚ ଚାଲିଛି। ମଠ ପରିଚାଳନା ଦାୟିତ୍ୱରେ ଥିବା ଉତ୍ତରପାର୍ଶ୍ୱ ମଠର ମହନ୍ତଙ୍କ ନାରାୟଣ ରାମାନୁଜ ଦାସଙ୍କ ଲିଖିତ ନିବେଦନକୁ ବିଚାରକରି ଏହି ଯାଞ୍ଚ କରାଯାଉଛି।

ସୂଚନାଥାଉ କି, ୨୦୧୧ ମସିହାରେ ଏମାର ମଠରୁ ୫୨୨ ଖଣ୍ତ ରୂପା ଇଟା ମିଳିବା ପରେ ଏହା ଚର୍ଚ୍ଚାର ବିଷୟ ହୋଇଥିଲା। ତେଣୁ ସେବେ ଠାରୁ ମଠ ଭିତରେ ଅଧିକ ଧନରତ୍ନ ଗଚ୍ଛିତ ଥିବା ନେଇ କଳ୍ପନାଜଳ୍ପନା କରାଯାଉଛି। ଏମାର ମଠ ପରିଚାଳନା ଦାୟିତ୍ୱ ଟ୍ରଷ୍ଟ ହାତକୁ ଯିବା ପରେ ସମ୍ପତ୍ତିର ତାଲିକା ପ୍ରସ୍ତୁତ କରାଯାଉଛି ଓ ଏହି ସମୟରେ ପୁରାତନ ସାମଗ୍ରୀ ଓ ରୂପା ସାମଗ୍ରୀ ମିଳିଥିବା ଜଣାପଡ଼ିଛି।

Advertisment

୨୦୧୯ ମସିହାରେ ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି ଦଣ୍ଡାୟମାନ ହୋଇଥିବା ଏହି ମଠକୁ ଜିଲ୍ଲା ପ୍ରଶାସନ ଉଚ୍ଛେଦ କରିବା ଆରମ୍ଭ କରିଥିଲା। ସେତେବେଳେ ସେଠାରେ କିଛି ଗୁପ୍ତ କୋଠରୀ ଥିବା ଦେଖାଯାଇଥିଲା। ଏଥିରେ ଆହୁରି ଅଧିକ ଧନରତ୍ନ ଥିବା ଆଶଙ୍କା କରାଯାଇଥିଲା।

Silver Bricks Emar Matha
Advertisment
Advertisment