Advertisment

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ରହିଛି ଦାମ୍

ପୁଣି ବଢିଲା ସୁନା ଦର । ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଥିବା ଜଣାଯାଇଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୦୦ ଟଙ୍କା ଓ ୪୯,୧୮୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟରେ ୪୬,୮୬୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି ।

author-image
Pallipuspa Samal
Gold rate today

Gold rate today

ନୂଆଦିଲ୍ଲୀ: ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୪୩,୭୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୭,୭୦୦ ଟଙ୍କା ଥିବା ଜଣାଯାଇଛି। ଦେଶର ପ୍ରମୁଖ ସହର ମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ନୂଆଦିଲ୍ଲୀରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟରେ ୪୬,୮୬୦ ଟଙ୍କା ଓ ୫୧,୧୧୦ ଟଙ୍କା ରହିଛି । ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୬,୨୨୦ ଟଙ୍କା ଓ ୪୭,୨୨୦ ଟଙ୍କା ଥିବା ରେକର୍ଡ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୦୦୦ ଟଙ୍କା ଓ ୪୯,୧୮୦ ଟଙ୍କା ଛୁଇଁଛି ।

Advertisment

ଦେଶର ପ୍ରମୁଖ ସହର ଗୁଡ଼ିକରେ ମଧ୍ୟ ସୁନା ଦରରେ କିଛିଟା ପରିବର୍ତ୍ତନ ଦେଖାଦେଇଛି । ଦେଶର ପ୍ରମୁଖ ସହର କୋଲକାତାରେ ୨୨ କ୍ୟାରେଟ ମୂଲ୍ୟରେ ୪୬,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟରେ ୪୯,୨୫୦ ଟଙ୍କା ରହିଛି । ସେହିପରି ଦେଶର ଚେନ୍ନାଇ ସହରରେ ୨୨ କ୍ୟାରେଟ ମୂଲ୍ୟ ୪୪,୯୧୬ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୪୯,୦୦୦ ଟଙ୍କା ଥିବା ରେକର୍ଡ ହୋଇଛି । ଅନ୍ୟପଟେ ରୁପା ମୂଲ୍ୟ ଆଜି କମ୍ ରହିଛି । ଆଜି କିଲୋଗ୍ରାମ ପ୍ରତି ରୁପା ୬୨,୪୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି ।

Advertisment
Gold EaringsGold Earings

ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ।

Gold Rate Today
Advertisment
Advertisment