/odishatv-khabar/media/post_attachments/uploadimage/library/16_9/16_9_0/IMAGE_1628652161.jpeg)
1078 new Covid19 positive cases in odisha
ନୂଆଦିଲ୍ଲୀ: ଦେଶରେ ଦୋଳି ଖେଳୁଛି କରୋନା ଗ୍ରାଫ୍। ଗତ ୨୪ ଘଂଟାରେ ଦେଶରେ ମୋଟ୍ ୨୪,୩୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୩୪ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୩,୩୭,୯୧,୦୬୧ରେ ପହଞ୍ଚିଥିବା ବେଳେ ଓ ମୃତ୍ୟୁସଂଖ୍ୟା ୪,୪୮,୫୭୩ରେ ପହଞ୍ଚିଛି। କେବଳ ଏତିକି ନୁହେଁ ବରଂ ଗତ ୨୪ ଘଂଟାରେ ଦେଶରେ ୨୫,୪୫୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୬୮,୫୯୯ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ଏବେ ବି ଆକ୍ଟିଭ୍ କେସ୍ର ସଂଖ୍ୟା ୨,୭୩,୮୮୯ ରହିଛି। ଯାହାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତା ବଢିଛି।
ଏପଟେ, ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଛି। ୨୪ ଘଣ୍ଟାରେ ରାଜ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ବର୍ଗର ୫୭ ଜଣ ଆକ୍ରାନ୍ତ ଅଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୯୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୧୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୪୭୮ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୨୫ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୭ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୩ ଜଣ, ଗତପତିରୁ ୨ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୧୧ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୧୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲ୍ରୁ ୪୭ଜଣ ଚିହ୍ନଟ ହୋଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)