/odishatv-khabar/media/post_attachments/uploadimage/library/16_9/16_9_0/Corona_1634713709.jpg)
Corona
ନୂଆଦିଲ୍ଲୀ: ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ଦେଶରେ ମୋଟ୍ ୧୪,୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୨୪ ଘଂଟାରେ ମହମାରୀ ୧୯୭ ଜଣଙ୍କ ପ୍ରାଣ ନେଇଛି। ଏହାସହ ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍ ୩,୪୧,୦୮,୯୯୬ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାସହ ୧୯୭ ମୃତକଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୬୫୧ରେ ପହଞ୍ଚିଛି। କେବଳ ଏତିକି ନୁହେଁ ବରଂ ଗତ ୨୪ ଘଂଟା ମଧ୍ୟରେ ଦେଶରେ ମୋଟ୍ ୧୯,୪୪୬ କରୋନାରୁ ସୁସ୍ଥ ହୋଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ୩,୩୪,୭୮,୨୪୭ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦେଶରେ ମୋଟ୍ ଏବେ ବି ୧,୭୮,୦୯୮ ଆକ୍ଟିଭ୍ କେସ୍ ରହିଛି। ଯାହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି।
Also Read
ଏପଟେ, ରାଜ୍ୟରୁ ୨୪ ଘଂଟାରେ ୫୫୯ ଜଣ ଆକ୍ରାନ୍ତ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୨୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୭୧ ଜଣ ସଂକ୍ରମିତ ଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାର୍ବଣ ସମୟରେ କରୋନା ବଢିବା ନେଇ ପୂର୍ବରୁ ସ୍ୱାସ୍ଥ୍ୟ ବିଭାଗ ଆକଳନ କରିଥିଲା କିନ୍ତୁ ସେତେଟା ବଢିନଥିବା ଜଣାପଡ଼ୁଛି। କିନ୍ତୁ କଟକଣା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଧାର୍ମିକ କାର୍ଯ୍ୟ ଚାଲୁରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)