Advertisment

୧୫୪ ଦିନ ପରେ ଦେଶରେ ସର୍ବନିମ୍ନ ଆକ୍ରାନ୍ତ ହେଲେ ଚିହ୍ନଟ

ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ୨୫ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୭ ଜଣ ଆକ୍ରାନ୍ତଙ୍କ ଯାଇଛି ଜୀବନ। ଗତ ୧୫୪ ଦିନ ପରେ ଆଜି ସବୁଠୁ କମ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୨ ହଜାର ୭୯କୁ ବୃଦ୍ଧି ପାଇଛି। ସେହିପରି ଭାବରେ ଦେଶରେ ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ର ସଂଖ୍ୟା ୩,୬୯,୮୪୬ ରହିଛନ୍ତି। ଏହାସହ କରୋନାରୁ ମୋଟ୍‌ ୩,୧୪,୪୮,୭୫୪ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।

author-image
Sarbeswar
ଅଦ୍ୟତନ ହୋଇଛି
ସେପ୍ଟେମ୍ବରରେ ଦୈନିକ ଆସିପାରେ ୪ ଲକ୍ଷ କରୋନା କେସ୍‌: ୨ ଲକ୍ଷ ICU ବେଡ଼୍‌ ରଖିବାକୁ ପରାମର୍ଶ

covid19

ନୂଆଦିଲ୍ଲୀ: ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଂଟାରେ ୨୫ ହଜାର ୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୭ ଜଣ ଆକ୍ରାନ୍ତଙ୍କ ଯାଇଛି ଜୀବନ। ଗତ ୧୫୪ ଦିନ ପରେ ଆଜି ସବୁଠୁ କମ୍‌ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୨ ହଜାର ୭୯କୁ ବୃଦ୍ଧି ପାଇଛି। ସେହିପରି ଭାବରେ ଦେଶରେ ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ର ସଂଖ୍ୟା ୩,୬୯,୮୪୬ ରହିଛନ୍ତି। ଏହାସହ କରୋନାରୁ ମୋଟ୍‌ ୩,୧୪,୪୮,୭୫୪ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି।

Advertisment

ସେପଟେ, ମହାରାଷ୍ଟ୍ରରେ ପୁଣି ବୃଦ୍ଧି ପାଉଛି ସଂକ୍ରମଣ । ରାଜ୍ୟରେ ଡେଲଟା ଭାରିଏଣ୍ଟ୍ ଭୟ ମଧ୍ୟ ବଢ଼ି ବଢ଼ି ଚାଲିଛି । ସୋମବାର ଦିନ ଡେଲଟା ଭାରିଏଣ୍ଟର ୧୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ନୂତନ ରୋଗୀଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଡେଲଟା ପ୍ଲସ୍ ଭାରିଏଣ୍ଟ ରୋଗୀଙ୍କ ସଂଖ୍ୟା ୭୬କୁ ବୃଦ୍ଧି ପାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ମିରାଜ କୋହ୍ଲାପୁରରୁ ୬ଟି, ରତ୍ନାଗିରିରୁ ୩ଟି ଏବଂ ସିନ୍ଧୁଦର୍ଗରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଡେଲଟା ଭାରିଏଣ୍ଟ୍ ଯୋଗୁଁ ୫ ଜଣଙ୍କର ମୃତ୍ୟୁ ହୋଇଛି ।

Advertisment

ଏପଟେ ରାଜ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିଲେ ହେଁ ଚିନ୍ତା ବଢୁଛି। କୋଭିଡ ତଥ୍ୟକୁ ଦେଖିବା ପରେ ତୃତୀୟ ଲହରର ପଦଧ୍ୱନୀକୁ ନେଇ ଭୟଭୀତ ହୋଇ ପଡ଼ିଛନ୍ତି ରାଜ୍ୟବାସୀ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୭୨୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଚିନ୍ତାର ବିଷୟ ହେଉଛି, ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୬ ଜଣ ଆକ୍ରାନ୍ତଙ୍କ ତାଲିକାରେ ରହିଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୨୧ ଥିବାବେଳେ ଲୋକାଲ କେସ୍ ୨୯୯ ରହିଛି। ଅନ୍ୟପକ୍ଷେ ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ଟପିଲା।

ଆଜି ଅନୁଗୁଳ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗିରରୁ ୪, ବୌଦ୍ଧରୁ ୧, କଟକରୁ ୯୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଂଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୨୭୯, କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ୧, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ୧, ସମ୍ବଲପୁରରୁ ୬, ସୁବର୍ଣ୍ଣପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଏବଂ ଷ୍ଟେଟପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

COVID19 India Coronavirus
Advertisment
Advertisment