Advertisment

ଦେଶରେ ଏବେ ସ୍ଥିର ରହୁଛି ସଂକ୍ରମଣ, ୨୪ ଘଂଟାରେ ୩୦,୯୪୮ ସଂକ୍ରମିତ ହେଲେ ଚିହ୍ନଟ

ଦେଶରେ ସ୍ଥିର ରହୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ମହମାରୀ ଦୋଳି ଖେଳିବା ପରେ ପ୍ରାୟ ୩ ଦିନ ହେବ ସଂକ୍ରମଣ ସ୍ଥିର ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଂଟାରେ ଦେଶରେ ୩୦,୯୪୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୨୪,୨୪,୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪,୩୪,୩୬୭ରେ ପହଞ୍ଚିଛି ସୁସ୍ଥଙ୍କ ସଂଖ୍ୟା

author-image
Sarbeswar
undefined

corona virus

ନୂଆଦିଲ୍ଲୀ: ଦେଶରେ ସ୍ଥିର ରହୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ମହମାରୀ ଦୋଳି ଖେଳିବା ପରେ ପ୍ରାୟ ୩ ଦିନ ହେବ ସଂକ୍ରମଣ ସ୍ଥିର ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତ ୨୪ ଘଂଟାରେ ଦେଶରେ ୩୦,୯୪୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୦୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ସଂକ୍ରମଣକୁ ମିଶାଇ ଦେଶରେ ମୋଟ୍‌ ୩,୨୪,୨୪,୨୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪,୩୪,୩୬୭ରେ ପହଞ୍ଚିଛି ସୁସ୍ଥଙ୍କ ସଂଖ୍ୟା। କେବଳ ଏତିକି ନୁହେଁ ବରଂ ଗତ ୨୪ ଘଂଟାରେ ଦେଶରେ ୩୮,୪୮୭ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ତେବେ ଆଜିର ସୁସ୍ଥଙ୍କ ସଂଖ୍ୟା ମିଶାଇ ଦେଶରେ ମୋଟ୍‌ ୩,୧୬,୩୬,୪୬୯ରେ ପହଞ୍ଚିଛି ସୁସ୍ଥଙ୍କ ସଂଖ୍ୟା। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବର୍ତ୍ତମାନ ବି ଦେଶରେ ୩,୫୩,୩୯୮ ଆକ୍ଟିଭ୍‌ କେସ୍‌ ରହିଛି ଯାହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି।

Advertisment

ଏପଟେ, ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ଏବେ ଦୈନିକ ହଜାରେ ତଳେ ରହୁଛି। ହେଲେ ଭୟ ଦିନକୁ ଦିନ ବଢି ଚାଲିଛି। କାରଣ ତୃତୀୟ ଲହର ପିଲାଙ୍କୁ ବେଶି ପ୍ରଭାବିତ କରିବ ବୋଲି କୁହାଯାଉଥିବାବେଳେ ଏବେ ଦୈନିକ ଆକ୍ରାନ୍ତ ଶିଶୁଙ୍କ ବଢୁଥିବା ଲକ୍ଷ୍ୟ କରାଯାଉଛି। ରାଜ୍ୟରେ ୨୪ ଘଣ୍ଟାରେ ୮୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୦ ଆକ୍ରାନ୍ତ ଥିବା ସୂଚନା ମିଳିଛି। ସେହପରି ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟର କରୋନା ମୃତ୍ୟୁସଂଖ୍ୟା ୭,୩୫୮କୁ ବୃଦ୍ଧି ପାଇଛି।

Advertisment

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୯୬ ଥିବାବେଳେ ଲୋକାଲ କେସ୍ ୩୫୭ ରହିଛି। ଅନୁଗୁଳରୁ ୨୯, ବାଲେଶ୍ୱରରୁ ୪୬, ବରଗଡ଼ରୁ ୧୨, ଭଦ୍ରକରୁ ୧୮, ବଲାଙ୍ଗିରରୁ ୨, କଟକରୁ ୧୪୦, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୧୦, ବଲାଙ୍ଗିରରୁ, କଟକରୁ ୧୪୦, ଦେବଗଡ଼ରୁ ୧୩, ଢେଙ୍କାନାଳରୁ ୧୦, ଗଜପତିରୁ ୧, ଗଂଜାମରୁ ୧୧, ଜଗତସିଂହପୁରରୁ ୩୨, ଯାଜପୁରରୁ ୩୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨୧,କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୨୮୬, କୋରାପୁଟରୁ ୩, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧, ନୟାଗଡ଼- ୨୨, ପୁରୀରୁ ୩୫, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୧୨ ଏବଂ ଷ୍ଟେଟପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

COVID19 India Coronavirus
Advertisment
Advertisment