Advertisment

ଦେଶରେ କମୁଛି ସଂକ୍ରମଣ। ୨୪ ଘଂଟାରେ ୨୫ ହଜାର ଆକ୍ରାନ୍ତ ଚିହ୍ନଟ

ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ଆଜିର ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ସୁସ୍ଥତାସଂଖ୍ୟା ୩,୨୪,୮୪,୧୫୯ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୩,୬୨,୨୦୭ ଆକ୍ଟିଭ୍‌ କେସ୍‌ ରହିଛି।

author-image
Sarbeswar
Coronavirus

Coronavirus

ନୂଆଦିଲ୍ଲୀ: ଦେଶରେ କମିବାରେ ଲାଗିଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫,୪୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୨୪ ଘଂଟାରେ ୩୩୯ ଜଣଙ୍କ ପ୍ରାଣ ନେଇଛି ମହାମାରୀ। ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୩,୩୨,୮୯,୫୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତକଙ୍କ ସଂଖ୍ୟା ୪,୪୩,୨୧୩ରେ ପହଞ୍ଚିଛି। ଯାହାକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଚିନ୍ତା ବଢିଛି।

Advertisment

ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୩୭,୬୮୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ଆଜିର ସୁସ୍ଥଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ସୁସ୍ଥତାସଂଖ୍ୟା ୩,୨୪,୮୪,୧୫୯ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୩,୬୨,୨୦୭ ଆକ୍ଟିଭ୍‌ କେସ୍‌ ରହିଛି।

ଏହାସହ ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ୫୫ ଜଣ ଅଛନ୍ତି । ରାଜ୍ୟରେ ନୂଆ ସଂକ୍ରମିତଙ୍କୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୭୨୬୧ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ୧୭୬ ଜଣ ଅଛନ୍ତି ଲୋକାଲ୍‌ କେସ୍ ।

Advertisment

ଆଜି ଚିହ୍ନଟ ୪୨୮ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୫ଜଣ, ବାଲେଶ୍ୱରରୁ ୧୮ଜଣ, ବରଗଡ଼ରୁ ୩ଜଣ, ଭଦ୍ରକରୁ ୧୦ଜଣ, କଟକରୁ ୪୬ଜଣ, ଦେବଗଡ଼ରୁ ୪ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୨୦ଜଣ, ଯାଜପୁରରୁ ୨୧ଜଣ, କେନ୍ଦ୍ରାପଡ଼ାରୁ ୬ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୭୯ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୮ଜଣ, ନୟାଗଡ଼ରୁ ୮ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୯ଜଣ, ସୁନ୍ଦରଗଡ଼ରୁ ୬ଜଣ ଓ ଷ୍ଟେଟ ପୁଲ୍‌ରୁ ୪୨ଜଣ ଚିହ୍ନଟ ହୋଇଛନ୍ତି ।

COVID19 India Coronavirus
Advertisment
Advertisment