Advertisment

ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୧୩ ଜୀବନ,୨୦ରୁ ଅଧିକ ଆହତ

ଆଜି ସକାଳେ ଏହି ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

author-image
Rajalaxmi Sahoo
Road Accident In UP

Road Accident In UP

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବାରାବଙ୍କି ଜିଲ୍ଲାରେ ଆଜି ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। 

Advertisment

ଆଜି ସକାଳ ୫ଟାରେ ଦେୱା ଥାନା ଅନ୍ତର୍ଗତ ମାତି ରୋଡ୍‌ରେ ଟ୍ରକ୍‌ ଓ ଡବଲ୍‌ ଡେକର୍‌ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌, ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରକ୍‌ ଓ ବସ୍‌ ଉଭୟ ଗାଡ଼ିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ଟ୍ରକ୍‌ଟି ଦିଲ୍ଲୀରୁ ବହରାଇଚ ଯାଉଥିଲା। ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ ୩୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। 

ଆହତଙ୍କୁ ବାରାବଙ୍କି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଲକ୍ଷ୍ନୌକୁ ପଠାଯାଇଛି। ଦୁର୍ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Advertisment

ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଶୋକ ପ୍ରକାଶ କରିଛନ୍ତି। ଏହାସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଆହତଙ୍କ ଚିକିତ୍ସା ଲାଗି ସମସ୍ତ ପ୍ରକାରର ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯିବା ସହ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ନିର୍ଦ୍ଦେଶ ଦେଇଛନ୍ତି। 

Road Accident In Uttar Pradesh Road Accident
Advertisment
Advertisment