/odishatv-khabar/media/post_attachments/uploadimage/library/16_9/16_9_0/IMAGE_1625644906.jpg)
Bishweswar Tudu, Ashwini Vaishnaw
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।
ସେପଟେ ମୋଦିଙ୍କ ନୂଆ ଟିମରେ ସାମିଲ ହୋଇପାରନ୍ତି ଅଶ୍ୱିନୀ ବୈଷ୍ଣବ । ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଘରେ ଅଛନ୍ତି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ । ବିଜେଡି ସମର୍ଥନରେ ବିଜେପିରୁ ରାଜ୍ୟସଭା ଯାଇଛନ୍ତି ପୂର୍ବତନ ଓଡ଼ିଶା କ୍ୟାଡର IAS ଅଶ୍ୱିନୀ ବୈଷ୍ଣବ । ଅଶ୍ୱିନୀ ବୈଷ୍ଣବ ଜଣେ ଦକ୍ଷ ପ୍ରଶାସକ ଭାବେ ଓଡ଼ିଶାରେ କାର୍ଯ୍ୟଦକ୍ଷତା ଦେଖାଇ ସାରିଛନ୍ତି ।ପ୍ରଶାସକରୁ ବ୍ୟବସାୟୀ ଓ ବ୍ୟବସାୟୀରୁ ରାଜ୍ୟସଭା ସାଂସଦ ଆଉ ଏବେ ମନ୍ତ୍ରୀ ପଦ ମିଳିବା ସମ୍ଭାବନା ।
ଆଜି ସଂଧ୍ୟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଂପ୍ରସାରଣ । ଯେଉଁମାନେ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବାର ସମ୍ଭାବନା ଅଛି, ସମସ୍ତଙ୍କୁ ଦିଲ୍ଲୀ ଡକରା ଯାଇଛି । ହେଲେ ସେମାନେ ଖୋଲାଖୋଲି କିଛି କହୁନାହାନ୍ତି ।ପ୍ରଧାନମନ୍ତ୍ରୀ ଆସନ୍ତାବର୍ଷ ହେବାକୁ ଥିବା ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସେହି ସବୁ ରାଜ୍ୟର ସାଂସଦ ଓ ସହଯୋଗୀ ଦଳଙ୍କୁ ଗୁରୁତ୍ୱ ଦେଇପାରନ୍ତି ମୋଦି । ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିଲାଣି । ସେଭେନ୍ ଲୋକକଲ୍ୟାଣ ମାର୍ଗ ସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଘରେ ପହଞ୍ଚୁଛନ୍ତି । ବରିଷ୍ଠ ନେତା ଓ ମନ୍ତ୍ରୀ ତଥା ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା । ଏବେ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ ଘରେ ମିନାକ୍ଷୀ ଲେଖି, ଭୂପେନ୍ଦ୍ର ଯାଦବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପଶୁପତି ପାରସ, ନାରାୟଣ ରାଣେ ପହଞ୍ଚି ସାରିଲେଣି । ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହା ମଧ୍ୟ ପହଞ୍ଚିଥିବା ସୂଚନା ମିଳିଛି । ତେବେ ଏଥର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
/odishatv-khabar/media/member_avatars/uploadimage/library/16_9/16_9_1/IMAGE_1626677974.jpg )

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)