Advertisment

ବଲାଙ୍ଗିର ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଟିଟିଲାଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

author-image
Sarbeswar
undefined

Naveen Patnaik

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ଟିଟିଲାଗଡରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡ ବଣ୍ଟନ ଶୁଭାରମ୍ଭ କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ପାଟଣାଗଡରେ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଡ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Advertisment

ସେପଟେ, କେନ୍ଦ୍ର ସରକାରଙ୍କ ହେଲଥ୍ ଆଇଡି ଏବଂ ରାଜ୍ୟ ସରକାରଙ୍କ BSKY ସ୍ମାର୍ଟ କାର୍ଡକୁ ନେଇ ଜୋର ଧରିଛି ରାଜନୀତି । ନ୍ୟାସନାଲ୍ ଡିଜିଟାଲ୍ ହେଲଥ୍ ମିଶନ- NDHM ଅନ୍ତର୍ଗତ ଦେଶର ପ୍ରତ୍ୟେକ ନାଗରିକଙ୍କ ହେଲଥ୍ ଡାଟା ବା ସ୍ୱାସ୍ଥ୍ୟ ଖାତା ପ୍ରସ୍ତୁତ କରିବାକୁ ଆରମ୍ଭ ହୋଇଛି ପ୍ରକ୍ରିୟା । ୬ଟି କେନ୍ଦ୍ର ଶାସିତ ଅଞ୍ଚଳରେ ଏହା ଆରମ୍ଭ ହୋଇସାରିଛି । ପର୍ଯ୍ୟାୟ କ୍ରମେ ପ୍ରତି ରାଜ୍ୟରେ ଏହା ଲାଗୁ ହେବ ।

Advertisment

ଏହି ବ୍ୟବସ୍ଥାରେ ହେଲଥ୍ ଆଇଡି ଜେନେରଟ୍ କରାଯାଇ, ପ୍ରତ୍ୟେକ ଲୋକଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ରେକର୍ଡ ସେଥିରେ ଡିଜିଟାଲ୍ ମାଧ୍ୟମରେ ରଖାଯିବ । ଫଳରେ ସ୍ୱାସ୍ଥ୍ୟ ସମସ୍ୟା ନେଇ କୌଣସି ହସ୍ପିଟାଲ୍‌କୁ ଗଲେ ହେଲଥ୍ ଆଇଡିରୁ ପୂର୍ବ ଚିକିତ୍ସା ସଂପର୍କିତ ତଥ୍ୟ ସହଜରେ ମିଳିପାରିବ । ଏଥିଯୋଗୁଁ ସମୟ ବଞ୍ଚିବା ସହ ଡାକ୍ତରଙ୍କୁ ରୋଗୀର ଚିକିତ୍ସା କରିବାରେ ସହାୟକ ହେବ । ତେବେ ନବୀନ ଗୋଟିଏ ପରେ ଗୋଟିଏ ଜିଲ୍ଲା ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ଼ ବାଂଟୁଛନ୍ତି ଯାହାକୁ ନେଇ ସରଗରମ ହୋଇଛି ରାଜ୍ୟ ରାଜନୀତି।

Naveen Patnaik BSKY Balangir
Advertisment
Advertisment