Advertisment

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ବିଜୟରୁ ସିରିଜ୍‌ ଅଭିଯାନ ଆରମ୍ଭ କଲା ଭାରତ, ୧-୦ରେ ଆଗୁଆ

ନିର୍ଦ୍ଧାରିତ ୨୦ ଓଭରରେ ନ୍ୟୁଜିଲାଣ୍ଡ ୬ଟି ୱିକେଟ୍‌ ହରାଇ ୧୬୪ ରନ୍‌ କରିଥିବା ବେଳେ ୧୬୫ ରନ୍‌ର ବିଜୟ ଲକ୍ଷ୍ୟ ନେଇ ମଇଦାନକୁ ଓହ୍ଲାଇଥିଲା ଭାରତ ।ଭାରତ ମୋଟ୍‌ ୫ ୱିକେଟ୍‌ ହରାଇ ୧୯.୪ ଓଭରରେ ୧୬୬ ରନ୍‌ କରି ବିଜୟ ହୋଇଛି ।

author-image
Satyendu Shekher Mishra
Rohit Sharma

Rohit Sharma

ଜୟପୁର: ପ୍ରଥମ ଟି-୨୦ରେ ଭାରତର ଜବରଦସ୍ତ ବିଜୟ । ନ୍ୟୁଜିଲାଣ୍ଡକୁ ୫ ୱେକେଟ୍‌ରେ ହରାଇଲା ଭାରତ । ସୂର୍ଯ୍ୟ କୁମାର ଓ ରୋହିତଙ୍କ ଚମତ୍କାର ବ୍ୟାଟିଂ ବଦଳରେ ଜିତିଲା ଭାରତ । ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତି ନେଇଥିଲା ଟିମ୍‌ ଏଇଣ୍ଡିଆ । ଆଉ ବ୍ୟାଟ୍‌ ଧରି ମଇଦାନେକୁ ଓହ୍ଲାଇଥିଲା ଅତିଥି ଦଳ ନ୍ୟୁଜିଲ୍ୟାଣ୍ଡ । ନିର୍ଦ୍ଧାରିତ ୨୦ ଓଭରରେ ନ୍ୟୁଜିଲାଣ୍ଡ ୬ଟି ୱିକେଟ୍‌ ହରାଇ ୧୬୪ ରନ୍‌ କରିଥିବା ବେଳେ ୧୬୫ ରନ୍‌ର ବିଜୟ ଲକ୍ଷ୍ୟ ନେଇ ମଇଦାନକୁ ଓହ୍ଲାଇଥିଲା ଭାରତ । ଭାରତ ମୋଟ୍‌ ୫ ୱିକେଟ୍‌ ହରାଇ ୧୯.୪ ଓଭରରେ ୧୬୬ ରନ୍‌ କରି ବିଜୟ ହୋଇଛି । ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ରେ ଭାରତ ୧-୦ରେ ଆଗୁଆ ।

Advertisment

ପୂର୍ବରୁ ଭାରତ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମ ଓଭରର ତୃତୀୟ ବଲରେ ଭୁବନେଶ୍ୱର କୁମାର ନ୍ୟୁଜିଲ୍ୟାଣ୍ଡର ଇନଫର୍ମ ଓପ୍ନର ଡାରିଏଲ୍ ମିଚେଲ (୦)ଙ୍କୁ କ୍ଲିନ୍ ବୋଲ୍ଡ କରି ଭାରତକୁ ପ୍ରାରମ୍ଭିକ ସଫଳତା ଦେଇଥିଲେ। ଏହା ପରେ ଗପ୍ଟିଲଙ୍କ ସାଥ୍ ଦେବାକୁ ଆସିଥିଲେ ମାର୍କ ଚାପମ୍ୟାନ୍। ଦୁହେଁ ଦୃଢ଼ତାର ସହ ଭାରତୀୟ ବୋଲିଂ ଆଟାକକୁ ସାମ୍ନା କରିଥିଲେ।

ଗପ୍ଟିଲ ଓ ଚାପମ୍ୟାନ୍ ଦ୍ୱିତୀୟ ୱିକେଟ୍ ପାଇଁ ୧୦୯ ରନର ଶତକୀୟ ଭାଗିଦାରୀ କରି ନ୍ୟୁଜିଲ୍ୟାଣ୍ଡକୁ ବଡ଼ ସ୍କୋର ଅଭିମୁଖେ ନେଇଥିଲେ। ଚାପମ୍ୟାନ୍ ୪୫ ବଲରେ ଓ ଗପ୍ଟିଲ ୩୧ ବଲରେ ନିଜ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି ସେଟ୍ ଯୋଡ଼ିବାକୁ ଭାଙ୍ଗିଲେ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ୍ ଅଶ୍ୱିନ୍। ଚାପମ୍ୟାନ୍ ୬୩ (୫୦ ବଲ୍, ୬ ଚୌକା, ୨ ଛକା) ରନ କରି ଅଶ୍ୱିନଙ୍କ ବଲରେ ବୋଲ୍ଡ ହୋଇଥିଲେ। ତାଙ୍କ ସ୍ଥାନ ପୂରଣ କରିବାକୁ ଆସିଥିବା ଗ୍ଲେନ୍ ଫିଲିପ୍ସ ମାତ୍ର ୩ ବଲର ସାମ୍ନା କରି ପ୍ୟାଭିଲିୟନ୍ ଫେରିଥିଲେ। ତାଙ୍କୁ ମଧ୍ୟ ଅଶ୍ୱିନ୍ ପ୍ୟାଭିଲିୟନ୍ ପଠାଇଥିଲେ।

Advertisment

ଏହା ପରେ ଗପ୍ଟିଲ ଦ୍ରୁତ ରନ୍ କରି ଦଳକୁ ମଜଭୁତ୍ ସ୍କୋର ଆଡ଼କୁ ନେଇଥିଲେ। କିନ୍ତୁ ଅଷ୍ଟାଦଶ ଓଭରରେ ଦୀପକ ଚହର ତାଙ୍କୁ ଆଉଟ୍ କରି ଭାରତକୁ ନିର୍ଣ୍ଣାୟକ ବ୍ରେକଥ୍ରୁ ଦେଇଥିଲେ। ଗପ୍ଟିଲ ୪୨ ବଲର ସାମ୍ନା କରି ୭୨ ରନ୍ କରିଥିଲେ, ଯେଉଁଥିରେ ୩ ଚୌକା ଓ ୪ ଛକା ସାମିଲ୍ ଥିଲା। ତାଙ୍କ ଆଉଟ୍ ପରେ ଭ୍ରମଣକାରୀ ଦଳର ରନ୍ ଗତି ହ୍ରାସ ପାଇଥିଲା। ଯେଉଁ କାରଣରୁ କିୱି ଟିମ୍ ୧୬୪ ରନ୍ କରିବାକୁ ସକ୍ଷମ ହୋଇଥିଲା। ନ୍ୟୁଜିଲ୍ୟାଣ୍ଡ ଶେଷ ୧୬ ବଲରେ ମାତ୍ର ୧୧ ରନ୍ କରିଥିଲା। ଟିମ୍ ସିଫର୍ଟ ୧୨ ଓ ରଚିନ୍ ରବୀନ୍ଦ୍ର ୭ ରନ୍ କରି ଆଉଟ୍ ହୋଇଥିବା ବେଳେ ମିଚେଲ୍ ସାଣ୍ଟନର୍ ୪ ରନ୍ କରି ଅପରାଜିତ ଥିଲେ। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ଓ ଅଶ୍ୱିନ୍ ୨ଟି ଲେଖାଏ ୱିକେଟ୍ ନେଇଥିଲେ।

Newzealand India
Advertisment
Advertisment