Advertisment

୨୧ ପର୍ଯ୍ୟନ୍ତ ପ୍ରବଳ କାଚିବ: ୧୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ଆଜି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର।

author-image
Sarbeswar
Heavy Rainfall Alert In Odisha

Heavy Rainfall Alert In Odisha

ଭୁବନେଶ୍ୱର: ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ଆଜି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଆଜି ପାଇଁ ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ସହ କେତେକ ସ୍ଥାନରେ ପାଣିପାଗ ବିଭାଗ ପ୍ରବଳ ବର୍ଷାର ଅନୁମାନ କରିଥିବା କୁହାଯାଇଛି।

Advertisment

ସେହିପରି ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ୱାର୍ଣ୍ଣିଂ। ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ।

Advertisment
SRC RainFallAleart Odisha
Advertisment
Advertisment