Advertisment

ପ୍ରବଳ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

author-image
Rajalaxmi Sahoo
Heavy Rainfall Alert

Heavy Rainfall Alert

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Advertisment

ମୟୂରଭଞ୍ଜ,ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ। 

Advertisment

ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅନେକ ଅଞ୍ଚଳ ଜଳମଗ୍ନ ହେବାସହ ତଳିଆ ଅଞ୍ଚଳରେ ରହୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏବେବି କିଛି ଅଞ୍ଚଳରେ ଲୋକେ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। 

ମହାନଦୀରେ ଜଳସ୍ତର କମିବା ପରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ଟଳିଛି। କେବଳ ଛୋଟରୁ ସାମାନ୍ୟ ଧରଣର ବନ୍ୟା ହୋଇପାରେ। ହେଲେ ଏଥିରେ କୌଣସି ବିପଦ ନଥିବା ଜଳ ସମ୍ପଦ ବିଭାଗର ସବୋର୍ଚ୍ଚ ଯନ୍ତ୍ରୀ ଧୀରେନ ସାମଲ କହିଛନ୍ତି। 

Heavy Rainfall Alert Weather Update In Odisha
Advertisment
Advertisment