Advertisment

ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

rainfall

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ। ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି କିଛି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଭୁବନେଶ୍ୱରରେ ମେଘୁଆ ପାଗ ରହିବ। ଏହାସହ ଝଡ଼ତୋଫାନ, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସୂଚନାଥାଉ କି, ଜୁନ୍‌ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା।

Advertisment

ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।

Odisha Weather Weather Update Odisha Weather News Weather Alert Weather Forecast
Advertisment
Advertisment