Advertisment

ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ  ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

heavy rain

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ  ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାସହ ଆଗାମୀ ୩ରୁ ୪ ଦିନ ମଧ୍ୟରେ ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ବିହାର ଓ ଝାଡଖଣ୍ଡ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୩୦ ଯାଏ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ଆଜି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କିଛି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇପାରେ। ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୁଳ, ଢେଙ୍କାନାଳ,  ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା ଓ ସମ୍ବଲପୁରରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଏସବୁ ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ଜୁଲାଇ ୩୦ ତାରିଖ ସକାଳେ ସାଢ଼େ ୮ଟା ଯାଏ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ସୋନପୁର ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

Advertisment

ଜୁଲାଇ ୩୦ ସକାଳ ସାଢ଼େ ୮ଟାରୁ ଜୁଲାଇ ୩୧ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଅନୁଗୁଳ, ଦେବଗଡ଼, କେନ୍ଦୁଝର, ସୋନପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଜୁଲାଇ ୩୧ ସକାଳ ସାଢ଼େ ୮ଟାରୁ ଅଗଷ୍ଟ ୧ ସକାଳ ସାଢ଼େ ୮ଟା ଯାଏ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ  ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। 

Heavy Rainfall Alert Odisha
Advertisment
Advertisment