• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ବର୍ଷା ଓ ବଜ୍ରପାତ ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବା ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସେପଟେ ଆସନ୍ତା ୧୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଣ୍ଡାମାନ ସାଗରରେ ୧୦ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ମିଳିଛି । ଏହାକ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଦିଗକୁ ଆସିପାରେ ବୋଲି ଟୁଇଟ୍ କରିଛି ପାଣିପାଗ ବିଭାଗ ।

ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରିଣ ଓଡ଼ିଶାରେ କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ହୋଇଛି । କାଶିନଗର, ପାଲଲହଡ଼ା ଓ ବେତନଟୀରେ ଅଧିକ ବର୍ଷା ହୋଇଛି । ଆଗାମୀ ୫ ଦିନ ଧରି ଓଡ଼ିଶାରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ହେବାର ଆଶଙ୍କା କରାଯାଇଛି । ଏହିଛଡ଼ା ଅନ୍ୟ ଜିଲ୍ଲାରେ ମଧ୍ୟ  ବଜ୍ରପାତ ହୋଇପାରେ ।