Advertisment

ଡିପ୍‌ ଡିପ୍ରେସନ୍‌ ରୂପ ନେଲା ଲଘୁଚାପ, ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଏହି ସମୟରେ ଓଡ଼ିଶାର ୫ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ। ଏହା ବାଦ୍ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଏବଂ ମଧ୍ୟ ପ୍ରଦେଶ ଆଡ଼କୁ ଯିବା ସମ୍ଭାବନା ରହିଛି।

author-image
Chandan Shishu
ଅଦ୍ୟତନ ହୋଇଛି
Heavy Rainfall at Paradeep

Heavy Rainfall at Paradeep

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ଓ ଏବେ ଗଭୀର ଅବପାତରେ ପରିଣତ ହେଇସାରିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବା ପରେ ଏହା ଘଣ୍ଟା ପ୍ରତି ୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଥିଲା। ଏବେ ଏହା ଗଭୀର ଅବପାତର ରୂପ ନେଇ ଚାନ୍ଦବାଲି ଦେଇ ଅତିକ୍ରମ କରିସାରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା, ଉତ୍ତର ଛତିଶଗଡ଼ ଏବଂ ମଧ୍ୟ ପ୍ରଦେଶ ଆଡ଼କୁ ଯିବା ସମ୍ଭାବନା ରହିଛି।

Advertisment

ଏହି ସମୟରେ ଓଡ଼ିଶାର ୫ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ଜାରି ହୋଇଛି ରେଡ୍ ଓ୍ୱାର୍ଣ୍ଣିଂ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁବର୍ଣ୍ଣପୁର ଓ ବରଗଡ଼ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୭ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ। ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, କଟକ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଂଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ଏହା ବାଦ୍ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment

ପାରାଦୀପ ଉପକୂଳରେ ସମୁଦ୍ର ଅଶାନ୍ତ ରହିବା ସହ ମୂଷଳ ଧାରାରେ ବର୍ଷା ହେଉଛି। ବର୍ଷା ସାଙ୍ଗକୁ ପବନ ଯୋଗୁଁ ଘରୁ ବାହାରିବା ମୁସ୍କିଲ ହୋଇଛି। ଅନେକ ତଳିଆ ଅଞ୍ଚଳ ଜଳବନ୍ଦୀ ରହିଛି। ପୁରୀରେ ସର୍ବାଧିକ ୩୪୧ ମିମି ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ପାରାଦୀପରେ ୨୧୯ ମିମି ଓ ଭୁବନେଶ୍ୱରରେ ୧୯୫ ମିମି ବର୍ଷା ହୋଇଛି। ୧୨ ସକାଳ ୮ଟା ୩୦ରୁ ୧୩ ତାରିଖ ସକାଳ ୮ଟା ୩୦ ମଧ୍ୟରେ ବର୍ଷା ରେକର୍ଡ କରାଯାଇଛି। 

Deep Depression Odisha Heavy Rainfall Alert
Advertisment
Advertisment