Advertisment

୬ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୬ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

rainfall

ଭୁବନେଶ୍ୱର: ବାଂଲାଦେଶ ଉପକୂଳ ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ ସକ୍ରିୟ ରହିଛି। ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

ଜୁଲାଇ ୩୦ ସକାଳ ସାଢ଼େ ୮ଟାରୁ ଜୁଲାଇ ୩୧ ସକାଳ ସାଢ଼େ ୮ଟା ଯାଏ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ସେହିପରି ଜୁଲାଇ ୩୧ରେ ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Advertisment

ଅଗଷ୍ଟ ୧ ଓ ୨ରେ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବିତ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳିଆ ଅଞ୍ଚଳରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଏହି ଅଞ୍ଚଳରେ ଚାଷ ଜମି ଗୁଡ଼ିକରୁ ଅଧିକ ବୃଷ୍ଟି ଜଳ  ନିଷ୍କାସନର ଆବଶ୍ୟକ ପଡ଼ିପାରେ। 

Heavy Rainfall Alert Heavy Rainfall In Odisha
Advertisment
Advertisment