• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି।

ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ ମହିଳାଙ୍କ ଘର ବାଲେଶ୍ୱର ଜିଲ୍ଲାରେ।

ଅନ୍ୟପକ୍ଷରେ ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

2-more-covid19-deaths-reported-in-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories