• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ୍‌ ଅନ୍ତର୍ଗତ ତିରୁଖା ଗାଁରେ ଥିବା ଏକ ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ଅଡ଼ା ଓ ବାସୁଦେବପୁରରୁ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

ଗତକାଲି ବିଳମ୍ବିତ ରାତିରେ ଶ୍ୟାମସୁନ୍ଦର ଦାସଙ୍କ ଏହି ପ୍ଲାଷ୍ଟିକ୍‌ ଫ୍ୟାକ୍ଟ୍ରିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଏଥିରେ ପ୍ଲାଷ୍ଟିକ୍‌ ସାମଗ୍ରୀ ସମେତ ମେସିନ୍‌ ସବୁ ଜଳି ଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ଘଟଣାରେ କେହି ଆହତ ମୃତାହତ ହୋଇନଥିବା ଜଣାପଡ଼ିଛି।

https://youtu.be/CMIuYf-6S_Q

Other Stories