ଜଣଙ୍କୁ ମେଡିକାଲରେ ଭର୍ତ୍ତି କଲା ବେଳକୁ, ଘରେ ଆଉ ଦୁଇଜଣ ଅସୁସ୍ଥ ହେଲେଣି। କାହାର ଜୀବନ ଯାଉଛି, ଆଉ କିଏ ମୃତ୍ୟୁ ସହ ସଂଘର୍ଷ କରୁଛି। ଗାଁ ଗାଁରେ ଭୟଙ୍କର ପରିସ୍ଥିତି, ସାହି ସାହିରେ ପଡ଼ିଲାଣି ହାହାକାର।
୧୪ ଜଣିଆ କେନ୍ଦ୍ରୀୟ ଟିମ ଯାଜପୁରରେ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି । ଖାଦ୍ୟର ମାନ ଓ ପାନୀୟ ଜଳ ଯାଞ୍ଚ କରିବା ସହ ନମୂନା ସଂଗ୍ରହ କରିଛନ୍ତି ।
ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଥିବା ବେଳେ ଏଯାଏ ୧୨ ଜଣଙ୍କ ଜୀବନ ଗଲାଣି। ତେବେ ସରକାରୀ ତଥ୍ୟ ଅନୁସାରେ ମୃତ୍ୟୁ ସଂଖ୍ୟା ୬। ଯାଜପୁରରେ ପହଁଚି ସ୍ଥିତି ସମୀକ୍ଷା କରିଛି କେନ୍ଦ୍ରୀୟ ଟିମ୍।
ରାଜ୍ୟର ସାଢ଼େ ୩ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ । ୭୦ ବର୍ଷରୁ ଅଧିକ ବୟୋଜ୍ୟେଷ୍ଠ ବ୍ୟକ୍ତି ବୟୋ ବନ୍ଦନା ଯୋଜନାରେ ଏଥିରେ ସାମିଲ ହେବେ । ଦେଶର ବିଭିନ୍ନ ସ୍ଥାନରେ ୨୯ ହଜାର ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ଏହି ସୁବିଧା ମିଳିବ ।
୭୦ ବର୍ଷରୁ ଊର୍ଦ୍ଧ୍ବ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ । ପ୍ରେସମିଟ୍ରେ ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସରକାରୀ କର୍ମଚାରୀ ହୁଅନ୍ତୁ କି ଆଇଟି ଦାଖଲ କରୁଥିଲେ ବି ମିଳିବ ଏହି କାର୍ଡ ।
ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି । ଚଳିତ ମାସ ଶେଷ ଆଡ଼କୁ ଆୟୁଷ୍ମାନ ଭାରତ କାର୍ଡ କାର୍ଯ୍ୟକାରୀ ହୋଇପାରେ ।
ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ୨୯ ହଜାର ୬୪୮ ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ମିଳୁଥିଲା। ଆୟୁଷ୍ମାନ ଭାରତରେ ୧୯ଶହ ୪୯ ପ୍ରକାର ମେଡିକାଲ ସେବା ସହ ମେଡିକାଲରୁ ଡିସାର୍ଜ ହେବା ପରର ୧୫ ଦିନ ପର୍ଯ୍ୟନ୍ତ ମଧ୍ୟ ମେଡିସିନ ସୁବିଧା ରହିଛି।
ଓଡ଼ିଶାରେ ବିଳମ୍ବ ହେବ କହିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଶୀଘ୍ର SOP ଆଣି ପାର୍ଟ 1 ଓ 2 ର ହେବ ମେଗା ଲଞ୍ଚିଂ କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ ।
ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଚଳିତ ଆର୍ଥିକ ବର୍ଷରେ ହିଁ ଆମ ରାଜ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ ।
ରାଜ୍ୟ ସ୍ବାସ୍ଥ୍ୟସେବାରେ ଯୋଡି ହେଲା ନୂତନ ଅଧ୍ୟାୟ। ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହେଲା ବୋନ ବ୍ୟାଙ୍କ ବା ଅସ୍ଥି ଭଣ୍ଡାର।
ନର୍ସିଂ ସଂଘ ସଭାପତି ମଧ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା ଫଳପ୍ରଦ ହୋଇଛି ବୋଲି କହିଛନ୍ତି । ଦାବି ପୂରଣ ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ଥିବାବେଳେ ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି ।
ବର୍ଷକ ମଧ୍ୟରେ ସେପରି କିଛି ପ୍ରମାଣ ବି ଲାଗିନଥିବା ଅଭିଯୋଗ ହେଉଛି । ୨୦୨୩ ଜାନୁଆରୀ ୨୯ରେ ସ୍ୱର୍ଗତ ନବ ଦାସ ବ୍ରଜରାଜନଗରକୁ ଏକ ଦଳୀୟ କାର୍ଯ୍ୟକ୍ରମରେ ଯାଉଥିବା ବେଳେ, ଗାନ୍ଧୀଛକ ପାଣ୍ଡିରେ କାର୍ଯ୍ୟରତ ପୋଲିସ ଏଏସଆଇ ଗୋପାଳ ଦାସ ନବଙ୍କ ଉପରକୁ ଗୁଳିମାଡ଼ କରିଥିଲା ।
ହାଇଟେକ୍ ଲାଇସେନ୍ସ ରଦ୍ଦ ଓ ତିରୁପତି ପାଣିଗ୍ରାହୀଙ୍କ ଗିରଫ ଦାବିକୁ ନେଇ ତାତିଛି ଛାତ୍ର କଂଗ୍ରେସ । ସେପଟେ ହାଇଟେକ୍ ବିସ୍ଫୋରଣ ଘଟଣାକୁ ୧୧ ବିତିଥିଲେ ବି ମୃତକଙ୍କ ପରିଚୟକୁ ନେଇ ଏବେ ବି ଅସ୍ପଷ୍ଟ ରହିଛି ।
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାରେ ରୋଗୀଙ୍କୁ ଆମ୍ବୁଲାନ୍ସ ଟିଏ ନ ମିଳିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ସ୍ଥାନୀୟ ବାସିନ୍ଦା ।
ସ୍ୱାମୀଙ୍କୁ ହରାଇ କୋହ ସମ୍ଭରଣ କରିପାରୁ ନାହାନ୍ତି ନବ ଦାସଙ୍କ ପତ୍ନୀ । ମାଆକୁ ବୁଝାଉଛି ପୁଅ ।
ରାଜ୍ୟ ରାଜନୀତିରେ ପ୍ରଭାବଶାଳୀ ନେତା । ଝାରସୁଗୁଡ଼ା ଜିଲ୍ଲାରେ ନବଙ୍କ ଥିଲା ଦବଦବା ।
କେତେକ ଦେଶରେ କରୋନାର ପ୍ରଭାବ ଦେଖିବାକୁ ମିଳିଛି । ଚୀନ୍ ଓ ଜାପାନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି ।
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିବା ଯାହା ନିଜ ଗାଲକୁ ଚାପୁଡ଼ା ମାରିବା ତାହା। ବିଧାନସଭାରେ ଆନନ୍ଦପୁରର ବିଜେଡି ବିଧାୟକ ଭାଗିରଥି ସେଠୀ ଏଭଳି କିଛି ମନ୍ତବ୍ୟ ଦେଇଛନ୍ତି।
ସିବିଆଇ କହିଥିଲା ଯେ ଶ୍ରୀ ଜୈନ ଓ ତାଙ୍କ ପରିବାର ୪ଟି ଶେଲ କମ୍ପାନୀ ଖୋଲିଥିଲେ।
ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭ ଚିହ୍ନଟ ପରେ ସେ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ଗତ ୩ ଦିନରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।
ଓମିକ୍ରନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଅଭୟବାଣୀ ଶୁଣାଇଛନ୍ତି। ଓମିକ୍ରନ ନେଇ ଆଲୋଚନା ଚାଲିଛି, ଭୟର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। କିଏ କେଉଁଠୁ ଆସୁଛି ତଥ୍ୟ ଦେବାକୁ କେନ୍ଦ୍ରକୁ ଅନୁରୋଧ କରୁଛୁ। ହୁ ସଠିକ୍ ତଥ୍ୟ ଦେଇନି, ଓଡ଼ିଶା ପୂରା ନଜର ରଖିଛି ବୋଲି ମନ୍ତ୍ରୀ କହିଛନ୍ତି।