ଭିଜୁଛି ସାରା ରାଜ୍ୟ । ରାଜ୍ୟ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରାୟ ଜିଲ୍ଲାରେ ବର୍ଷା ହେଉଛି । ଏଥିପାଇଁ ୟେଲୋ ଆଲର୍ଟ ବି ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ଉପକୂଳ ଓ ପଶ୍ଚିମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ସବୁ ଜିଲ୍ଲାରେ ବର୍ଷାହେବାନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାନେଇ ଆଲର୍ଟ ଜାରି କରାଯାଇଛି । ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ସହ ସମଗ୍ର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । କାଲି ଉପକୂଳ ଓ ପଶ୍ଚିମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର। ସେପଟେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସାପ୍ତାହିକ ପୂର୍ବାନୁମାନ ଅନୁସାରେ ଆସନ୍ତା ୨୦ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର କିମ୍ବା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।
ସୃଷ୍ଟି ହେଲା ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ହେବ ଆହୁରି ଘନୀଭୂତ । ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି l
ଘୁ ଘୁ କରି ମାଡି ଆସୁଛି ପାଣି। ରାସ୍ତା ଘାଟ କିଛି ଦିସୁ ନାହିଁ। ଯୁଆଡେ ଚାହିଁବ ସିଆଡେ କେବଳ ପାଣି ଆଉ ପାଣି। କେଉଁଠି ପାଦ ରଖିବ କେଉଁଠି ନାହିଁ। କିଛି ଜଣାପଡୁନାହିଁ। ରାସ୍ତା ବୁଡିଛି, ଗଳିକନ୍ଦି ବୁଡିଛି, ଦୋକାନ ବଜାର ବୁଡିଛି, ଟ୍ରେନ୍ ଲାଇନ ବି କିଛି ଦିସୁନାହିଁ । ଘର ଭିତରକୁ ପାଣି ମାଡି ଆସିଛି।
ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା କାଲି ଓ ମଙ୍ଗଳବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ଲଘୁଚାପ ଯୋଗୁଁ ୩ ଦିନ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷିବ। ୨୮ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ୧୬ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବ। ଲଘୁଚାପ ପ୍ରଭାବରେ ୧୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ।
ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପବନ ଆଶଙ୍କା ଥିବାରୁ ଦକ୍ଷିଣ ଓଡ଼ିଶା ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି।
ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ସାରା ରାଜ୍ୟକୁ ପାଣିପାଗ କେନ୍ଦ୍ର ୟେଲୋ ଆଲର୍ଟ ଜାରି କରିଛି। କେନ୍ଦୁଝର ଓ ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଅଧା ଓଡ଼ିଶାକୁ ବର୍ଷା ଆଲର୍ଟ। ବନ୍ୟା ଛନକା ଭିତରେ ବର୍ଷା ଭୟ। ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ।
ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ ହୋଇଥିବାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁରରେ ଅତି ପ୍ରବଳ ବର୍ଷା ହେବ। ୨୮ ତାରିଖ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
କେନ୍ଦୁଝର ଓ ମୟୂରଭଞ୍ଜରେ ହେବ ଅତିଭୀଷଣ ବର୍ଷା ହେବା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ କରାଯାଇଛି।
ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବା ସମ୍ଭାବନା । ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ଓ ପବନ ସମ୍ଭାବନା ଥିବା ବେଳେ ଶୁକ୍ରବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୮ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣି ଓ ଅବଶିଷ୍ଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଥିବା ବେଳେ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଛି।
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେଉଥିବାରୁ ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଆଜିଠୁ ୨୭ ତାରିଖ ଯାଏ ପ୍ରବଳ ବର୍ଷା ସହ ପବନ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।
୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବା ସମ୍ଭାବନା ରହିଛି। ପ୍ରଭାବରେ ଆଜି ଓ କାଲି ଦୁଇଦିନ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।ଆଜି ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କରିଛି ଆଇଏମଡି।
ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଗୋଟିଏ ଏବଂ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।
ଆସନ୍ତା ୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ଆଇଏମଡି ଆକଳନ କରିଛି ।
ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଝାରସୁଗୁଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ପ୍ରଭାବରେ ୩ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୩୦ ତାରିଖ ବେଳକୁ ତାହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଜୁଲାଇ ୩ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି ।
୨୫ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିସହ କିଛି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
ମୌସୁମୀ ଜନିତ ବର୍ଷାରେ ଭିଜୁଛି ଓଡିଶା। ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୭ ଦିନ ପାଇଁ ରାଜ୍ୟରେ ଲାଗି ରହିବ ବର୍ଷା। ପ୍ରବଳରୁ ଅତି ପ୍ରବଳ ବର୍ଷା ଗୋଟେ କିମ୍ବା ଦୁଇଟି ସ୍ଥାନରେ ହେବାର ସମ୍ଭାବନା ରହିଛି।
ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଥିବା ବେଳେ ୧୯ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।